ଭାରତୀୟ କ୍ରିକେଟ୍ ଟିମର ମ୍ୟାନେଜର ପାଇଁ ମନୋନୀତ ହୋଇଛନ୍ତି ଓଡ଼ିଆ ପୁଅ ସତବୀର ସିଂ ରିୟର

0

ନୂଆଦିଲ୍ଲୀ (ଆମ ଟିଭି): ପୁଣି ଜାତୀୟ ସ୍ତରରେ ଓଡ଼ିଆଙ୍କ ଦବଦବା । ଓଡିଆ ପୁଅଙ୍କୁ ପୁଣି ମିଳିଛି ବଡ ଦାୟିତ୍ୱ । ଭାରତୀୟ କ୍ରିକେଟ୍ ଟିମର ମ୍ୟାନେଜର ପଦ ପାଇଁ ମନୋନୀତ ହୋଇଛନ୍ତି ମାଲକାନଗିରିର ପୁଅ ସତବୀର ସିଂ ରିୟର । ଆସନ୍ତା ସାଉଥ ଆଫ୍ରିକା ଟେଷ୍ଟ ସିରିଜ୍ ପାଇଁ ସତବୀରଙ୍କୁ ମନୋନୀତ କରାଯାଇଛି । ପୂର୍ବରୁ ଅନେକ ଟିମ୍ ପାଇଁ ମ୍ୟାନେଜର ଭାବେ ଦାୟିତ୍ୱ ତୁଲାଇଛନ୍ତି ସତବୀର ।

ପୂର୍ବରୁ ୧୬ ବର୍ଷରୁ କମ, ୧୯ ବର୍ଷରୁ କମ ଟିମ ସହ ଓ ରଣଜୀ ଟ୍ରଫିର ମ୍ୟାନେଜର ପଦ ସମ୍ଭାଳିଛନ୍ତି । ସୋସିଆଲ ମିଡିଆରେ ଏନେଇ ସୂଚନା ଦେଇଛି ଓଡିଶା କ୍ରିକେଟ୍ ଆସୋସିଏସନ୍ । ସତବୀର ପେଶାରେ ଜଣେ ଫାର୍ମାସି ଅଫିସର । ରାତିରେ ଡ୍ୟୁଟି କରି ଦିନରେ କ୍ରିକେଟ୍ ପାଇଁ ସମୟ ଦିଅନ୍ତି ସତବୀର । ଏଭଳି ଉପଲବ୍ଧି ହାସଲ କରି ଓଡ଼ିଶାକୁ ଗର୍ବିତ କରିଛନ୍ତି ସତବୀର ।

Leave A Reply

Your email address will not be published.