ଏସ୍‌ସିବି ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

0

କଟକ ଏସସିବି ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିବା ବେଳେ ସ୍ପଷ୍ଟ କରିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ। ମିଳିଥିବା ସୂଚନା ଅନୁଯାୟୀ କଟକ ଏସସିବି ମେଡିକାଲର ଟ୍ରମା କେୟାର ଆଇସିୟୁରେ ନିଆଁ ଲାଗି ୧୦ ଜଣଙ୍କର ମୃତ୍ୟୁ ଘଟିଥିଲା। ଯେଉଁ ୱାର୍ଡରେ ନିଆଁ ଲାଗିଥିଲା, ସେଠାରେ ସେହି ସମୟରେ ପ୍ରାୟ ୨୨ ଜଣ ରୋଗୀ ଚିକିତ୍ସିତ ହେଉଥିଲେ। ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ରୋଗୀମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ସମୟ ମିଳିନଥିଲା। ଫଳରେ ଅଧିକାଂଶ ରୋଗୀ ଶ୍ୱାସରୁଦ୍ଧ ହୋଇ ଏବଂ ନିଆଁରେ ପୋଡ଼ି ହୋଇ ପ୍ରାଣ ହରାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀର ଏକାଧିକ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ। ଏହି ଘଟଣା ପରେ ମେଡିକାଲ ପରିସରରେ ଏକ ଶୋକାକୁଳ ଓ ଆତଙ୍କିତ ପରିବେଶ ସୃଷ୍ଟି ହୋଇଛି । ବାକି ରୋଗୀମାନଙ୍କୁ ଅନ୍ୟ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପୁଲିସ ଓ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି।

Leave A Reply

Your email address will not be published.