ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍: ସୁନ୍ଦରଗଡ଼ରୁ ପୁଣି ୭ଜଣ ଆକ୍ରାନ୍ତ ଚିହ୍ନଟ

0

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାରେ ଆତଙ୍କ ଖେଳାଇ ଚାଲିଛି ସ୍କ୍ରବ ଟାଇଫସ୍ । ସୁନ୍ଦରଗଡ଼ରେ ଏହାକେୁ ନେଇ ଏକ ବଡ଼ ଖବର ଆସି ପହଞ୍ଚିଛି । ପୁଣି ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଛି ୧୬୯ । ରାଜ୍ୟରେ ଏହା ସର୍ବାଧିକ ବୋଲି କୁହାଯାଉଛି । ଗତ ଜାନୁଆରି ୧ରୁ ସେପଟେମ୍ବର ୧୨ ତାରିଖ ମଧ୍ୟରେ ଜିଲ୍ଲାରେ ୧୩୨ ଜଣ ସ୍କ୍ରବ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଅଗଷ୍ଟ ୨୩ରେ ବଡ଼ଗାଁ ତୁଡ଼ାଲଗାର ସହଦେବ ତେଲି ନାମକ ଜଣେ ବ୍ୟକ୍ତିଙ୍କର ଏହି କାରଣରୁ ଜୀବନ ଯାଇଥିବା ଅଭିଯୋଗ ହୋଇଛି ।

ତାଙ୍କ ଦେହରେ ସ୍କ୍ରବ ଟାଇଫସ୍ ଚିହ୍ନଟ ହୋଇଥିଲା, ତେବେ ସେ ଅନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ ବୋଲି ଡାକ୍ତର କହିଛନ୍ତି । ତେବେ ଏହା ଏବେ ଚିନ୍ତାଜନକ ରହିଛି । ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ୱାରା ଲୋକଙ୍କ ଶରୀରରେ ଏହି ସଂକ୍ରମଣ ଆରମ୍ଭ ହୋଇଥାଏ । ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସାଧାରଣତତଃ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଥାଏ ।

 

 

Leave A Reply

Your email address will not be published.