ଆଉ ନାହାଁନ୍ତି ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ

0

ଭୁବନେଶ୍ୱର (ଆମ ଟିଭି): ଆଉ ନାହାଁନ୍ତି ରାଜ୍ୟ ରାଜନୀତିର ଅନ୍ୟତମ ପୁରୋଧା ତଥା ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ । ଆଜି ସକାଳ ୫ଟା ୨୩ ମିନିଟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି ।

ଗୁରୁବାର ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା । ସେଠାରେ ତାଙ୍କୁ ଡାକ୍ତର ବ୍ରେନ୍ ଡେଡ୍ ବୋଲି ଘୋଷଣା କରିଥିଲେ । ତଥାପି ତାଙ୍କୁ ହାର୍ଟ ବିଟ୍ ହେଉଥିବାରୁ ତାଙ୍କୁ ଲାଇଫ୍ ସପୋର୍ଟରେ ରଖାଯାଇଥିଲା । ହେଲେ ଆଜି ତାଙ୍କର ଦେହାନ୍ତ ହୋଇଛି । ଏଭଳି ଜଣେ ଧୂରୀଣ ରାଜନେତାଙ୍କୁ ହରାଇ ରାଜ୍ୟ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.