ରାଜ୍ୟରେ ରହିବନି ଡାକ୍ତର ଅଭାବ: ୧୨୦୫ଜଣ ନବ ନିଯୁକ୍ତ ଡାକ୍ତରଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ଆମ ଟିଭି): ରାଜ୍ୟରେ ରହିବନି ଡାକ୍ତର ଅଭାବ । ନିଯୁକ୍ତି ହେବେ ନୂଆ ଏଲୋପାଥି ମେଡିକାଲ ଅଫିସର । ଆଉ ଆଜି ୧୨୦୫ ଜଣ ନବ ନିଯୁକ୍ତି ଡାକ୍ତରଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ସନ୍ଧ୍ୟାରେ କଳିଙ୍ଗ ଷ୍ଟାଡିୟମରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ସେଥିରେ କରମଣ୍ଡଳ ଦୁର୍ଘଟଣାରେ ମୃତକଙ୍କ ଆତ୍ମାର ସଦଗତି ପାଇଁ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ପରେ ନବ ନିଯୁକ୍ତ ମେଡିକାଲ ଅଫିସରଙ୍କୁ ନିଯୁକ୍ତି ପତ୍ର ସହିତ ଷ୍ଟେଥସ୍କୋପ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
୧୦ ବର୍ଷରେ ରାଜ୍ୟରେ ପ୍ରତିଷ୍ଠା ହୋଇଛି ୮ଟି ସରକାରୀ ମେଡିକାଲ କଲେଜ ଏବଂ ୨ଟି ପିଜି ଇନଷ୍ଟିଚ୍ୟୁଟ। ୨୦୦୦ ମସିହାରେ ବର୍ଷକୁ ୩୨୧ ଜଣ ଡାକ୍ତର ଓ ୨୫୪ ସ୍ପେଶାଲିଷ୍ଟ ବାହାରୁଥିବା ବେଳେ ଏବେ ୨୨ଶହ ଡାକ୍ତର ଓ ୮୨୬ ସ୍ପେଶାଲିଷ୍ଟ ବାହାରୁଛନ୍ତି। ୨୦୨୩ ଡିସେମ୍ବର ସୁଦ୍ଧା ଓଡ଼ିଶାକୁ ଡାକ୍ତର ବଳକା ରାଜ୍ୟ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।