ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ: ପ୍ରଥମ ଜଗନ୍ନାଥଙ୍କୁ କରାଯିବ ନିମନ୍ତ୍ରଣ

0

ପୁରୀ: ଶ୍ରୀମନ୍ଦିର କରିକ୍ରମା ପ୍ରକଳ୍ପ ଉଦଘାଟନ ପାଇଁ ଚାଲିଛି ଜୋରସୋରରେ ପ୍ରସ୍ତୁତି । ଜାନୁଆରୀ ୧୭ରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏଥିପାଇଁ ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ସମ୍ପର୍କିତ ନିମନ୍ତ୍ରଣ ମହାପ୍ରଭୁଙ୍କ ଶ୍ରୀଚରଣରେ ଅର୍ପଣ ହେବ । ଯଜମାନ ଭାବେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଯଜ୍ଞର ପୂର୍ଣ୍ଣାହୁତି ଦେବେ । ଏଣୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରତିଷ୍ଠା ଉତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ଆସନ୍ତାକାଲି ଠାରୁ ନିମନ୍ତ୍ରଣ ପତ୍ର ବଣ୍ଟନ ହେବ । ନିମନ୍ତ୍ରଣ ପତ୍ର ସହ ଏକ ସ୍ୱତନ୍ତ୍ର କିଟ୍ ମଧ୍ୟ ପ୍ରଦାନ କରାଯିବ । ଓଡ଼ିଆ, ଇଂରାଜୀ ଓ ହିନ୍ଦୀ ତିନୋଟି ଭାଷାରେ ରହିବ । ଏଥିରେ ପରିକ୍ରମା ପ୍ରକଳ୍ପକୁ ତଥ୍ୟ ରହିବ । ବିଭିନ୍ନ ଧାର୍ମିକ ଅନୁଷ୍ଠାନକୁ ଏହି ନିମନ୍ତ୍ରଣ ପତ୍ର ପଠାଯିବ । ଏଥିପାଇଁ ଜିଲ୍ଲାୱାରି ତାଲିକା ପ୍ରସ୍ତୁତ ହୋଇଛି ।

Leave A Reply

Your email address will not be published.