ଭୁବନେଶ୍ୱର (ଆମ ଟିଭି): ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଏହାକୁ ସମାଲୋଚନା କରିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି ପଢ଼ି କ୍ଳାନ୍ତ ହୋଇଯାଇଥିଲେ। ସେପଟେ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରାଷ୍ଟ୍ରପତି ମୁର୍ମୁଙ୍କ ଭାଷଣକୁ ବିରକ୍ତିକର ବୋଲି କହିଛନ୍ତି। ଏହାକୁ ନେଇ ଏବେ ରାଜନୀତି ଜୋର ଧରିଛି। ଭାଜପା କହିଛି ଯେ, ସୋନିଆ ଗାନ୍ଧୀ ରାଷ୍ଟ୍ରପତିଙ୍କୁ ଅପମାନିତ କରିଛନ୍ତି।
ତେବେ ଏହାକୁ ନେଇ ସୋନିଆ ଓ ରାହୁଲଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ଏହା ସେମାନଙ୍କର ସମ୍ଭ୍ରାନ୍ତବାଦୀ ଅଚାରଣର ପ୍ରତିଫଳନ। ଏଭଳି ଆଚରଣ କରିବା ଓଡ଼ିଶାର ପୂରା ସାନ୍ତାଳୀ ଜନଜାତିକୁ ଅପମାନ। ଲୋକେ ଏହାକୁ ଗ୍ରହଣ କରିବେ ନାହିଁ। କଂଗ୍ରେସ ଏଥି ପାଇଁ କ୍ଷମା ପ୍ରାର୍ଥନା କରିବା ଦରକାର।