ନୂଆଦିଲ୍ଲୀ (ଆମ ଟିଭି): ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ଆଜି କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରାୟ ଏକ ସପ୍ତାହ ବିଳମ୍ବରେ କେରଳ ଛୁଇଁଛି ମୌସୁମୀ ବାୟୁ । ମୌସୁମୀ ବାୟୁ କେରଳ ଛୁଇଁବା ନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି । ଆରବ ସାଗରରେ ସୃଷ୍ଟି ବାତ୍ୟାକୁ ନେଇ ମୌସୁମୀ ଆସିବାରେ ବିଳମ୍ବ ହେଉଥିବା କୁହାଯାଉଛି ।
ଆରବ ସାଗରରେ ଅତି ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ଼ ‘ବିପର୍ୟ୍ୟୟ’ । ଏବେ ଏହା ଉତର ଦିଗରେ ନିଜର ଗତିପଥ ବଜାୟ ରଖିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅତ୍ୟନ୍ତ ଭୀଷଣ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ପରେ ଏହା ଉତର ପଶ୍ଚିମ ଦିଗରେ ଗତି କରି ଓମାନ ଆଡକୁ ମୁହାଁଇପାରେ ବୋଲି କୁହାଯାଇଛି ।