ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢ଼ୀଙ୍କ କଡ଼ା ଚେତାବନୀ, ଏଣିକି ବିଧାନସଭାରେ ବିଶୃଙ୍ଖଳା କଲେ…

0

ଭୁବନେଶ୍ୱର (ଆମ ଟିଭି): ଗୁରୁବାର ବାଚସ୍ପତି ସୁରମା ପାଢ଼ୀ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ବାଚସ୍ପତି କହିଛନ୍ତି, ବିଧାନସଭାରେ ବିରୋଧୀ ବିଶୃଙ୍ଖଳା ଆଚରଣ କଲେ ଏଥର କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ସରକାରୀ ଦଳ ବଜେଟ୍‌ ଉପସ୍ଥାପନା କରିବେ। ବିରୋଧୀ ଦଳଙ୍କର ଯଦି କୌଣସି ବିଷୟ ଉପସ୍ଥାପନ କରିବାର ଥିବ ତେବେ ଗଠନମୂଳକ ପରାମର୍ଶ ଦେଲେ ଏହା ନିଶ୍ଚିତ ଉପାଦେୟ ହେବ। ବିରୋଧୀମାନେ ବିରୋଧାଭାସ କଲେ, ବିଶୃଙ୍ଖଳା କଲେ ଚଳିତ ଏହି ବିଶୃଙ୍ଖଳାକୁ ଆଉ ବରଦାସ୍ତ କରାଯିବ ନାହିଁ । ବିରୋଧୀ ଦଳ ବିରୋଧୀ ଭୂମିକା ଲିଭାନ୍ତୁ। ଗଠନମୂଳକ ପରାମର୍ଶ ଦିଅନ୍ତୁ। ସମୟ ଅଛି ସର୍ବଦଳୀୟ ବୈଠକ ଡକାଯିବ। ଏ ନେଇ ତାରିଖ ସ୍ଥିର ହୋଇନି ବୋଲି ସୁରମା କହିଛନ୍ତି ।

ସୂଚନାଯୋଗ୍ୟ, ଫେବୃଆରୀ ୧୩ରୁ ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆରମ୍ଭ ହେବ। ଏହିଦିନ ରାଜ୍ୟପାଳଙ୍କ ଅଭିଭାଷଣ ରହିବ । ୧୪ ଓ ୧୫ ତାରିଖ ଦୁଇଦିନ ଧରି ଅଭିଭାଷଣ ସମ୍ପର୍କିତ ଆଲୋଚନା ରହିବ ବୋଲି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତ। ମୋଟ୍‌ ୨୮ ଦିନର କାର୍ଯ୍ୟଦିବସ ରହିବ। ଏହି ୨୮ ଦିନ ଭିତରେ ୩ ଦିନ ସରକାରୀ ଓ ୩ ଦିନ ବେସରକାରୀ କାର୍ଯ୍ୟଦିବସ ରହିବ।

ଏଥିସହିତ ୧୭ ତାରିଖରେ ବଜେଟ ଆଗତ ହେବ। ଏହା ଉପରେ ବିସ୍ତୃତ ଆଲୋଚନା ହେବ। ୨୦ ଓ ୨୧ରେ ବଜେଟ୍‌ ଉପରେ ସାଧାରଣ ଆଲୋଚନା ରହିଛି। ୨୨ ତାରିଖରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାୟୀ କମିଟି ଦ୍ୱାରା ବଜେଟ୍‌ ଉପରେ ନିରୀକ୍ଷକ ପାଇଁ ନିର୍ଦ୍ଧାରଣ କରାଯାଇଛି। ୭ ମାର୍ଚ୍ଚରେ ସ୍ଥାୟୀ କମିଟି ରିପୋର୍ଟ ଉପସ୍ଥାପନା ହେବ। ୧୦ ମାର୍ଚ୍ଚରୁ ଖର୍ଚ୍ଚ ଦାବି ସମ୍ପର୍କିତ ଆଲୋଚନା ହେବ। ୨୯ ତାରିଖରେ ବିନିଯୋଗ ବିଲ୍‌ ଉପସ୍ଥାପନ ଏବଂ ବଜେଟ୍‌ ପାରିତ ହେବ।

Leave A Reply

Your email address will not be published.