ଆଜିଠୁ ସଂସଦର ସ୍ୱତନ୍ତ୍ର ଅଧିବେଶନ: ବିବୃତ୍ତି ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

0

ନୂଆଦିଲ୍ଲୀ (ଆମ ଟିଭି): ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି ସଂସଦର ସ୍ୱତନ୍ତ୍ର ଅଧିବେଶନ । ଦିନ ୧୧ଟାରୁ ଏହି ଅଧିବେଶନ ଆରମ୍ଭ ହେବ । ପ୍ରଥମ ଦିବସରେ ଲୋକସଭାରେ ବିବୃତି ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ ସଂସଦକୁ ସମ୍ବୋଧନ କରିବାର କାର୍ୟ୍ୟକ୍ରମ ରହିଛି । ୨୨ ତାରିଖ ଯାଏଁ ଚାଲିବାକୁ ଥିବା ଏହି ସ୍ୱତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ପାସ କରିବା ଉପରେ ସବୁ ଦଳ ଗୁରୁତ୍ୱ ଦେଇଛନ୍ତି । ଏହାଛଡା ଆପ୍ ନେତା ସଂଜୟ ସିଂହ ଓ ରାଘବ ଚଢା ନିଲମ୍ବିନ ପ୍ରତ୍ୟାହାର କରିବାକୁ ବି ବିରୋଧୀ ଦାବି କରିଛନ୍ତି ।

ନିର୍ବାଚନ କମିଶନ ଚୟନ ପ୍ରକ୍ରିୟାରେ କୌଣସି ପରିବର୍ତନ କରିବାକୁ ବି ବିରୋଧୀ ଦାବି କରିଛନ୍ତି । ଜାତି ଜନଗଣନା, ଆଦାନୀ ମାମଲା, ସିଏଜି ରିପୋର୍ଟ ଉପରେ ବି ଆଲୋଚନା କରିବାକୁ ବିରୋଧୀ ଦାବି କରିଛନ୍ତି । ବିଜେଡି ସମେତ ଶିବସେନା ( ସିନ୍ଦେ ଗୋଷ୍ଠୀ) , କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ମହିଳା ସଂରକ୍ଷଣ ବିଲ ପାସ କରିବାକୁ ଦାବି କରିଥିଲେ । ସରକାର ଏହି ସ୍ୱତନ୍ତ୍ର ଅଧିବେଶନରେ ନିଜର ଏଜେଣ୍ଡା କହସାରିଛନ୍ତି ।

Leave A Reply

Your email address will not be published.