ଆସନ୍ତାକାଲିଠୁ ଆରମ୍ଭ ହେବ ରତ୍ନଭଣ୍ଡାରର ଲେଜର ସ୍କାନିଂ

0

ପୁରୀ (ଆମ ଟିଭି): ଶ୍ରୀମନ୍ଦିର ରତ୍ନଭଣ୍ଡାରର ହେବ ଲେଜର୍ ସ୍କନିଂ। ଆସନ୍ତାକାଲିଠୁ ଏହା ଆରମ୍ଭ ହେବ। କାର୍ତିକ ମାସରେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ଣ୍ଣିମା ପରଦିନଠୁ ସ୍କାନିଂ କରିିବାକୁ ନିଷ୍ପତ୍ତିି ନିଆଯାଇଥିଲା । ରତ୍ନଭଣ୍ଡାର ବାହାର ପଟ କାନ୍ଥର ପ୍ରଥମେ ସ୍କାନିଂ କରାଯିବା ପରେ କେଉଁ ସ୍ଥାନରେ ଫାଟ ଓ ଅନ୍ୟାନ୍ୟ ସମସ୍ୟା ରହିଛି, ତାହା ଚିହ୍ନଟ କରାଯିବ । ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟ ପାଶ୍ୱର୍ଦେବାଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବାର ସୂଚନା ରହିଛି ।

ରତ୍ନଭଣ୍ଡାରର ସ୍ଥିତିକୁ ଯାଞ୍ଚ କରିବା ପରେ ଏଏସଆଇ ଫାଇନାଲ ରିପୋର୍ଟ ଦେବ । ରିପୋର୍ଟ ଆସିବା ପରେ ବୈଷୟିକ କମିଟି ସମୀକ୍ଷା କରିବ । ଏଏସଆଇର ରିପୋର୍ଟ ଆଧାରରେ ରତ୍ନଭଣ୍ଡାରକୁ ନେଇ ପରବର୍ତି ନିଷ୍ପତି ନିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ।

Leave A Reply

Your email address will not be published.