ଭିଜିଲାନ୍ସ ଜାଲରେ ଏସଟିଏ ଡେପୁଟି କମିଶନର

0

ଭିଜିଲାନ୍ସ ଜାଲରେ ଏସ୍‌ଟିଏ ଡେପୁଟି କମିଶନର । ପ୍ରଦୀପ କୁମାର ମହାନ୍ତିଙ୍କ ବିଭିନ୍ନ ଠିକଣାରେ ଭିଜିଲାନ୍ସ ବିଭାଗର ଚଢ଼ାଉ । ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୯ଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ରେଡ୍ । ଭୁବନେଶ୍ବର, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କଟକର ବିଭିନ୍ନ ସ୍ଥାନରେ ଚଢ଼ାଉ ହୋଇଛି । ଭୁବନେଶ୍ବର ମୈତ୍ରୀ ବିହାର ସ୍ଥିତ ଘର, ରଘୁନାଥପୁରରେ ଥିବା ଫ୍ଲାଟ୍, ଗୋବିନ୍ଦପ୍ରସାଦରେ ଥିବା ୫ ମହଲା ନିର୍ମାଣଧିନ କୋଠାରେ ରେଡ୍ କରୁଛି ଭିଜିଲାନ୍ସ । ସେପଟେ ନୟାଗଡ଼ ରଣପୁରରେ ଥିବା ଫାର୍ମହାଉସ, ଖୋର୍ଦ୍ଧା ଟାଙ୍ଗୀରେ ପୈତୃକ ଘର, ପୁରୀ ଭକ୍ତରତ୍ନ ଲେନ୍‌ରେ ଥିବା ସମ୍ପର୍କୀୟଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ ବିଭାଗ। ସେହିପରି ଭୁବନେଶ୍ବର ମଳିପଡ଼ାରେ ସମ୍ପର୍କୀୟଙ୍କ ନାଁରେ ଥିବା ପେଟ୍ରୋଲ ପମ୍ପ, ପୁରୀ ବାଲିଖଣ୍ଡରେ ପ୍ରଦୀପଙ୍କ ସମ୍ପର୍କୀୟଙ୍କ ନାଁରେ ନିର୍ମାଣଧିନ କୋଠା ଓ କଟକ ସ୍ଥିତ କାର୍ଯ୍ୟାଳୟରେ ଭିଜିଲାନ୍ସ ଅଧିକାରୀ ଖୋଳତାଡ଼ କରୁଛନ୍ତି।

Leave A Reply

Your email address will not be published.