ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବଢିଲା ମହଙ୍ଗା ଭତ୍ତା

0

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାରେ ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାର କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା । ଦୁର୍ଗା ପୂଜା ପୂର୍ବରୁ କର୍ମଚାରୀ ମାନଙ୍କୁ ଉପହାର ଦେଇଛନ୍ତି ରାଜ୍ୟ ସରକାର। ସରକାରଙ୍କ ପକ୍ଷରୁ କର୍ମଚାରୀ ମାନଙ୍କ ମହଙ୍ଗା ଭତ୍ତା ୩% ବୃଦ୍ଧି କରାଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଯାହାଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଛି ।

ତାହା ସହ ଏହା ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁ ହେବ ବୋଲି କୁହାଯାଇଛି । ସଂଶୋଧିତ ହାରରେ ପେନ୍ସନ ପାଉଥିବା ପେନ୍ସନଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ଚଳିତ ମାସ ଦରମାରେ ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ୟ୍ୟନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ବର୍ତ୍ତମାନ ରାଜ୍ୟ ସରାକର ବୃଦ୍ଧି କରିଥିବା ମହଙ୍ଗା ଭତ୍ତା ୩%କୁ ମିଶାଇ ଏହା ୩୧%ରୁ ୩୪%କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.