ଆସନ୍ତାକାଲି ସୃଷ୍ଟି ହେବ ବାତ୍ୟା: ସତର୍କ ରହିବାକୁ ନିର୍ଦ୍ଦେଶ

0

ଭୁବନେଶ୍ୱର (ଆମ ଟିଭି): ବଙ୍ଗୋପସାଗରରେ ଅବପାତର ରୂପ ନେଲା ଲଘୁଚାପ । ଆସନ୍ତାକାଲି ଏହା ବାତ୍ୟାରେ ପରିଣତ ହେବ । ଏହା ଉତର ପଶ୍ଚିମ ଦିଗରେ ଗତି କରି ୪ ତାରିଖ ବେଳକୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉତର ତାମିଲନାଡୁ ଉପକୂଳରେ ପହଂଚିବ ।

ଏହା ପରେ ଉତର ପଶ୍ଚିମ ଦିଗରେ ଗତି କରି ୫ ତାରିଖ ପୂର୍ବାହ୍ନରେ ଆନ୍ଧ୍ର ଉପକୂଳର ନେରୋଲ ଓ ମଛଲିପଟନମ୍ ଅତିକ୍ରମ କରିବା ସମ୍ଭାବନା ରହିଛି । ଗତ ୬ ଘଂଟା ହେଲା ଏହା ୯ କିଲୋମିଟର ବେଗରେ ଗତି କରୁଛି । ବାତ୍ୟା ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି ।

Leave A Reply

Your email address will not be published.