Subhadra Yojana: ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏମିତି କରନ୍ତୁ ଚେକ୍…
ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଜି ଅର୍ଥାତ୍ ଶନିବାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ଏହା ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଅଟେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ଶୁଭାରମ୍ଭ କରି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଛନ୍ତି। ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଆସିଛି।
କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ, ପ୍ରାଣୀ ସମ୍ପଦ ଉନ୍ନୟନ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବ୍ରହ୍ମପୁର ଏମ୍ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଆସିକା ଏମ୍ପି ଅନୀତା ଶୁଭଦର୍ଶିନୀ ଉପସ୍ଥିତ ଅଛନ୍ତି।
ସର୍ଭେ ପରେ ଅବଶିଷ୍ଟ ହିତାଧିକାରୀଙ୍କୁ ଆସନ୍ତା ରାଖୀ ପୂର୍ଣ୍ଣିମାରେ ଏକ ସଙ୍ଗେ ୩ଟି କିସ୍ତି ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଛନ୍ତି, ସୁଭଦ୍ରା ଯୋଜନାରୁ ଯେପରି କୌଣସି ଯୋଗ୍ୟ ହିତାଧିକାରୀ ବଞ୍ଚିତ ନ ହୁଅନ୍ତି, ସେଥିପାଇଁ ଘର ଘର ବୁଲି ହିତାଧିକାରୀଙ୍କୁ ଚିହ୍ନଟ କରାଯିବ। ମାର୍ଚ୍ଚ ୩୧ ତାରିଖରେ ଆବେଦନ ପ୍ରକ୍ରିୟାକୁ ବନ୍ଦ ରଖି ସର୍ଭେ କରିବା ପାଇଁ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଅଧିକାରୀମାନେ ଦ୍ୱାରକୁ ଦ୍ୱାର ଯାଇ ୱାନ ଟୁ ୱାନ ସର୍ଭେ କରିବେ।