ବିଜେପିରେ ଯୋଗ ଦେଲେ ସୁଜିତ୍ କୁମାର

0

ସୁଜିତ କୁମାର କୁମାର ଆଜି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସୁଜିତ ରାଜ୍ୟସଭାରୁ ଇସ୍ତଫା ଦେବା ପରେ ଦଳରୁ ବହିଷ୍କାର କରିଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ବିଜେଡି ଛାଡ଼ିବାର କିଛି ସମୟ ପରେ ପଦ୍ମ ଧରିଲେ ସୁଜିତ କୁମାର। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଭର୍ତ୍ତୃହରି ମହତାବ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ଉପସ୍ଥିତରେ ସେ ବିଜେପିରେ ଯୋଗ ଦେଇଛନ୍ତି।

ସୁଜିତ କୁମାର କୁମାର ଆଜି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସୁଜିତ ରାଜ୍ୟସଭାରୁ ଇସ୍ତଫା ଦେବା ପରେ ଦଳରୁ ବହିଷ୍କାର କରିଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏହାର କିଛି ସମୟ ମଧ୍ୟରେ ସେ ନୂଆଦିଲ୍ଲୀ ସ୍ଥିତ ବିଜେପି କାର୍ଯ୍ୟାଳୟରେ ପହଞ୍ଚି ବିଜେପିରେ ଯୋଗ ଦେଇଥିଲେ। ।୨୦୨୬ରେ ସୁଜିତ କୁମାରଙ୍କ କାର୍ଯ୍ୟକାଳ ସରିଥାନ୍ତା। କାର୍ଯ୍ୟକାଳ ସରିବାର ୨ ବର୍ଷ ପୂର୍ବରୁ ସୁଜିତ ରାଜ୍ୟସଭାରୁ ଇସ୍ତଫା ଦେଇଛନ୍ତି।

ସୂଚନାଯୋଗ୍ୟ, କିଛି ଦିନ ତଳେ ମମତା ମହନ୍ତ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ। ପରେ ସେ ବିଜେଡି଼ ଛାଡ଼ି ବିଜେପିରେ ଯୋଗ ଦେଇଥିଲେ। ବିଜେପି ମମତାଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଥିଲା। ମମତା ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ମମତା ଓ ସୁଜିତ ଇସ୍ତଫା ଦେବା ପରେ ରାଜ୍ୟସଭାରେ ବିଜେଡିର ସଦସ୍ୟ ସଂଖ୍ୟା ୭କୁ ଖସି ଆସିଛି। ଏବେ ଲୋକସଭାରେ ବିଜେଡିର କୌଣସି ସଦସ୍ୟ ନାହାନ୍ତି।

Leave A Reply

Your email address will not be published.