ଆଳୁ ଗୋଦାମରେ ସ୍ଥିତି ପରଖିଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର: କହିଲେ, ୩୨ ଟଙ୍କାରୁ ଅଧିକ ଟଙ୍କାରେ ଆଳୁ ବିକିଲେ ବ୍ୟବୟାସୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

0

ଭୁବନେଶ୍ଵର (ଆମ ଟିଭି); ଆଉ କିଛି ସମୟ ଭିତରେ ଆଳୁକୁ ନେଇ ବସିବ ବୈଠକ। ବୈଠକ ପୂର୍ବରୁ ଆଳୁ ଗୋଦାମରେ ପହଞ୍ଚି ସ୍ଥିତି ପରଖିଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ବଜାର ଓ ଗୋଦାମରେ ଚଢାଉ କରାଯାଉଛି। ମନ୍ତ୍ରୀ କହିଛନ୍ତି ରାଜ୍ୟରେ ଆଗାମୀ ୭ ଦିନ ଯାଏ ମହଜୁଦ ରହିଛି ଆଳୁ।

ତେଣୁ ଅସାଧୁ ବ୍ୟବସାୟୀ ଚଢ଼ା ଦରରେ ଆଳୁ ବିକ୍ରି କଲେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ୩୨ ଟଙ୍କାରୁ ଅଧିକ ଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ ହେବ। ପଶ୍ଚିମବଙ୍ଗରୁ ଆଳୁ ଆଣିବାକୁ ଚେଷ୍ଟା ଚଳାଇଛନ୍ତି ସରକାର। ପଶ୍ଚିମବଙ୍ଗରୁ ଆଳୁ ଆସି ନପାରିଲେ ଉତ୍ତରପ୍ରଦେଶରୁ ଆମଦାନୀ ପାଇଁ ଯୋଗାଯୋଗ କରାଯାଉଛି ।

Leave A Reply

Your email address will not be published.