ବିଦାୟୀ ମନ୍ତ୍ରୀଙ୍କୁ ସୁପ୍ରିମୋଙ୍କ ଆଶ୍ୱାସନା, ଏବେଠୁ ସଙ୍ଗଠନ ସଜାଡ଼

0

ଭୁବନେଶ୍ୱର(ଆମ ଟିଭି): ଆଜି ନବୀନ ନିବାସରେ ବିଦାୟୀ ମନ୍ତ୍ରୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ବିଜେଡି ସୁପ୍ରିମୋ। ୨୦୨୪ ସାଧାରଣ ନିର୍ବାଚନ ପାଇଁ ଏବେଠୁ ସଂଗଠନ ସଜାଡ଼ିବାକୁ ବିଦାୟୀ ମନ୍ତ୍ରୀଙ୍କୁୁ ପରାମର୍ଶ ଦେଇଛନ୍ତି ନବୀନ। ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର, ସୁଦାମ ମାରାଣ୍ଡି, ଜ୍ୟୋତି ପାଣିଗ୍ରାହୀ, ରଘୁନନ୍ଦନ ଦାସ, ପଦ୍ମନାଭ ବେହେରା, ଅରୁଣ ସାହୁଙ୍କ ପରି ବିଦାୟୀ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ଏହାପରେ ସମସ୍ତ ମନ୍ତ୍ରୀଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ନବୀନ ।

ଆଗକୁ ୨୦୨୪ ସାଧାରଣ ନିର୍ବାଚନ ରହିଛି । ତେଣୁ ବିଦାୟୀ ମନ୍ତ୍ରୀଙ୍କୁ ସଂଗଠନ ଦାୟିତ୍ୱ ବୁଝିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ୍ ସମୟରେ ଗୁରୁ ଦାୟିତ୍ୱ ବହନ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହା ସହ ବିଦାୟୀ ମନ୍ତ୍ରୀଙ୍କୁ ଆଶ୍ୱାସନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମନ୍ତ୍ରିମଣ୍ଡଳ ଅଦଳବଦଳ ଏକ ସ୍ୱାଭାବିକ ପ୍ରକ୍ରିୟା ।

Leave A Reply

Your email address will not be published.