ଆଶ୍ଚର୍ଯ୍ୟ! ୧୩ ଥାନାରେ ନାହିଁ ସିସିଟିଭି

0

ଭୁବନେଶ୍ୱର (ଆମ ଟିଭି): ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ବେଳେ ବଡ଼ ବୟାନ ଦେଇଛନ୍ତି ଏଡିଜି ଦୟାଲ ଗଙ୍ଗୱାର୍‌। ୧୩ଟି ଥାନାରେ ସିସିଟିଭି ନ ଥିବା ଗଙ୍ଗୱାର୍‌ ହାଇକୋର୍ଟଙ୍କୁ ଜଣାଇଛନ୍ତି। ବ୍ୟକ୍ତିଗତ ଭାବେ ହାଜର ହୋଇ ୧୫ ଦିନରେ ଏହି ୧୩ଟି ଥାନାରେ ସିସିଟିଭି ଲଗାଯିବ ବୋଲି ସୂଚନା କହିଛନ୍ତି। ଭରତପୁର ମାମଲା ପରେ ହାଇକୋର୍ଟ ରାଜ୍ୟର କୋତୋଟି ଥାନାରେ ସିସିଟିଭି ଅଛି କି ନାହିଁ ସେ ନେଇ ସରକାରଙ୍କୁ ଜବାବ ମାଗିଥିଲେ। ପରେ ଯେଉଁଯେଉଁ ଥାନାରେ ସିସିଟଭି ନାହିଁ ସେହି ଥାନା ଗୁଡ଼ିକରେ ସିସିଟିଭି ଲଗାଇବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ।

ତେବେ ସବୁଠୁ ବଡ଼ କଥା ହେଉଛି ସିସିଟିଭିକୁ ନେଇ ଭରତପୁର ମାମଲାରେ ଅଧିକ ଦ୍ୱନ୍ଦ ସୃଷ୍ଟି ହୋଇଥିଲା। କୋଟିକୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଭରତପୁର ଥାନାରେ କ୍ୟାମେରା ନାହିଁ ବୋଲି ଥାନା ଭାରପ୍ରାପ୍ତ ଅଧିକାରୀ ଦୀନକୃଷ୍ଣ ମିଶ୍ର କହିଥିଲେ। ଯାହାକୁ ନେଇ ବିବାଦ ବଢ଼ିଥିଲା। ତେବେ ପୂର୍ବରୁ ଭରତପୁର ଥାନାରେ ସିସିଟିଭି ଲାଗିଥିବା କହିଥିଲେ ପୋଲିସ କମିଶନର ସଞ୍ଜୀବ ପଣ୍ଡା। ଗତ ମାର୍ଚ୍ଚ ୧୧ ତାରିଖରେ ଭରତପୁର ମଡେଲ ଥାନା ଉଦଘାଟନ ଅବସରରେ ପୋଲିସ କମିଶନର ଖୋଦ ନିଜେ ଏକଥା କହିଥିଲେ। କମିଶନରେଟ ପୋଲିସର ସତ କେଉଁଟା ମିଛ କେଉଁଟା ତାକୁ ନେଇ ପ୍ରଶ୍ନ ଉଠିଥିଲା।

Leave A Reply

Your email address will not be published.