୧୦ ଯାଏଁ ରାଜ୍ୟରେ କମ୍ ରହିବ ତାତି, ପୂର୍ବାନୁମାନ କରିଛି ପାଣିପାଗ ବିଭାଗ

0

ଭୁବନେଶ୍ୱର : ୧୦ ଯାଏଁ କମ୍ ତାତି । ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ବର୍ଷା ସହ ଜୋରରେ ପବନ ବହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ୧୬ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୯ ଓ ୧୦ ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷା ଆଶଙ୍କା ରହିଛି।

ସେହିଭଳି ଗତକାଲି କାଳବୈଶାଖୀ ପାଇଁ ଓଡ଼ିଶାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିଲା । ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିଲା । ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ଅନୁଗୁଳ ଏବଂ ମୟୂରଭଞ୍ଜରେ ପ୍ରବଳ କୁଆପଥର ବର୍ଷା ସମ୍ଭାବନା ନେଇ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିଲା । ଏଥିସହ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ଘଣ୍ଟାପ୍ରତି ପବନର ବେଗ ୫୦ରୁ ୬୦ କିମି ଛୁଇଁପାରେ ବୋଲି ସୂଚନା ମିଳିଥିଲା । ବାକି ଜିଲ୍ଲା ଗୁଡ଼ିକରେ ପବନର ବେଗ ୩୦ରୁ ୫୦ କିମି ବେଗ ଥିଲା ।ଆସନ୍ତା ୧୦ ଯାଏଁ ବାକି ସମସ୍ତ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Leave A Reply

Your email address will not be published.