ଆସନ୍ତା ୨ରୁ ୩ଦିନ ମଧ୍ୟରେ ସମ୍ପୃକ୍ତ ଲଘୁଚାପ ଘନୀଭୂତ ହେବାର ସମ୍ଭାବନା: ସପ୍ତାହ ଯାଏ ବର୍ଷା

0

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨ରୁ ୩ଦିନ ମଧ୍ୟରେ ସମ୍ପୃକ୍ତ ଲଘୁଚାପ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବିଶେଷକରି, ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଶନିବାର ଉତ୍ତର ଓଡ଼ିଶା ସହ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଝିପିଝିପିରୁ ମଧ୍ୟମଧରଣର ବର୍ଷା ହୋଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ବାରିପଦା, ଭୁବନେଶ୍ବର, କଟକ ଏବଂ କେନ୍ଦୁଝର ଆଦି ଜିଲାଗୁଡ଼ିକରେ ତୁହାକୁ ତୁହା ବର୍ଷା ହୋଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ ଏବଂ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Leave A Reply

Your email address will not be published.