ପ୍ରତୀକ୍ଷା ଚଳଚ୍ଚିତ୍ରର ସଫଳତା ପାଇଁ ଟିମକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ୬୯ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି। ଏହା ମଧ୍ୟରେ ସ୍ଥାନ ପାଇଛି ଓଡ଼ିଆ ଚଳଚ୍ଚିତ୍ର । ଅନୁପମ ପଟ୍ଟନାୟକଙ୍କ ଫିଲ୍ମ ‘ପ୍ରତୀକ୍ଷା’କୁଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ବିବେଚିତ କରାଯାଇଛି। ଶେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ପ୍ରତୀକ୍ଷା’ ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବା ଅତ୍ୟନ୍ତ ଖୁସିର ବିଷୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମଗ୍ର ରାଜ୍ୟ ପାଇଁ ଗୌରବ ଆଣିଥିବାରୁ ଚଳଚ୍ଚିତ୍ରର ନିର୍ଦ୍ଦେଶକ, ଅଭିନେତାଙ୍କ ସମେତ ଏଥିସହ ଜଡ଼ିତ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ବାପା-ପୁଅ ସମ୍ପର୍କ ଉପରେ ଆଧାରିତ ଏହି ଫିଲ୍ମକୁ ଦର୍ଶକଙ୍କ ଭଲ ରେସପୋନ୍ସ ମିଳିଥିଲା। ପ୍ରତୀକ୍ଷାର ନିର୍ମାତା ଓ ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ହୋଇଥିବା ବେଳେ ମୁଖ୍ୟ ଭୂମିକାରେ ନଜର ଆସିଥିଲେ ଦୀପନ୍ୱିତ ଦାସମହାପାତ୍ର ଓ ଚୌଧୁରୀ ଜୟପ୍ରକାଶ ଦାସ, ବର୍ଷା ପଟ୍ଟନାୟକ, ସିଦ୍ଧାନ୍ତ ମହାପାତ୍ର । ଏହି ଫିଲ୍ମରେ ଭୁବନେଶ୍ୱରରେ ରହୁଥିବା ଏକ ସାଧାରଣ ମଧ୍ୟବିତ ପରିବାରର ସ୍ୱପ୍ନ, ଆକାଂକ୍ଷା ଓ ନିରାଶାକୁ ନିଖୁଣ ଭାବରେ ଦର୍ଶାଯାଇଛି। ମଧ୍ୟବିତ ପରିବାରର ଯୁବକର ଚାକିରି ପାଇଁ କେମିତି ସଂଘର୍ଷ । ଏଥିସହିତ ଜଣେ ବାପା ଓ ପୁଅର ଏକ ଜଟିଳ ସମ୍ପର୍କକୁ ଅତି ସରଳ ଭାବେ ଦର୍ଶକଙ୍କ ପାଖରେ ପହଞ୍ଚାଇବାକୁ ଉଦ୍ୟମ କରାଯାଇଥିଲା।