ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାରେ ଶିକ୍ଷାର ବିକାଶ ପାଇଁ ରାଜ୍ୟ ସରକାର ସର୍ବଦା ଚେଷ୍ଟିତ । ଓଡ଼ିଶାର ଶିକ୍ଷା ରୂପାନ୍ତରଣରେ ଯୋଡି ହେଲା ନୂଆ ଏକ ଫର୍ଦ୍ଦ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହୋଇଛି ବିଭିନ୍ନ ମାଧ୍ୟମିକ ସ୍କୁଲର ନବ ନିଯୁକ୍ତ ଶିକ୍ଷକଙ୍କ ଓରିଏଣ୍ଟସନ କାର୍ୟ୍ୟକ୍ରମ । ଏଥିରେ ନିଯୁକ୍ତ ପାଇଥିବା ୬ ହଜାର ୮୯୧ ଜଣ ଶିକ୍ଷକ ଅଂଶଗ୍ରହଣ କରିଛନ୍ତି । ଓରିଏଣ୍ଟେସନ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷକତାର ଗୁରୁମନ୍ତ୍ର ପ୍ରଦାନ କରିଛନ୍ତି । କାର୍ୟ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ସମେତ ବିଭାଗୀୟ ସଚିବ ଓ ଅଧୀକାରୀମାନେ ଯୋଗ ଦେଇଛନ୍ତି ।
ନବ ନିଯୁକ୍ତ ଶିକ୍ଷକଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ଟୁକୁନି ସାହୁ, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଉପସ୍ଥିତ ରହିଥିଲେ । ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକଙ୍କଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ।