ପୂର୍ବତନ ମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

0

ପୁରୀ ଜିଲା କାକଟପୁର ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି, ସ୍ବର୍ଗତ ନାୟକ ଜଣେ ଜନପ୍ରିୟ ଏବଂ ଦକ୍ଷ ରାଜନେତା ଥିଲେ। ଓଡ଼ିଶାର ଉନ୍ନତି ପାଇଁ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଦୀର୍ଘଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୁରେନ୍ଦ୍ରନାଥଙ୍କର ଗୁରୁବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସୁରେନ୍ଦ୍ରନାଥ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଘନିଷ୍ଠ ସହଯୋଗୀ ଥିଲେ । କାକଟପୁରରୁ ସେ ୭ ଥର ବିଧାୟକ ହୋଇଥିଲେ।

Leave A Reply

Your email address will not be published.