ଆକାଶମାର୍ଗରୁ ବନ୍ୟାଞ୍ଚଳର ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀଙ୍କ , ୧୫ ଦିନରେ ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ

0

ଭୁବନେଶ୍ବର(ଆମ ଟିଭି): ଗୁରୁବାର ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତିି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଞ୍ଚଳ ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ । ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବନ୍ୟାଂଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି। ଖୋର୍ଦ୍ଧା , ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲା ଯେଉଁ ଗାଁ ମାନଙ୍କ ରେ ପାଣି ପଶିଛି ସେଠାରେ ବିପନ୍ନ ଲୋକ ମାନଙ୍କୁ ୧୫ ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲା ର ପାଣି ପଶିଥିବା ଗାଁ ର ଲୋକମାନଙ୍କୁ ସାତ ଦିନ ପାଇଁ ରିଲିଫ ଦିଆଯିବ। ପାଣି ଛାଡିବାର ସାତ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବା ଏବଂ ଏହାର ୧୫ ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ର ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Leave A Reply

Your email address will not be published.