ଆସନ୍ତା ୨୯ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

0

ଆସନ୍ତା ୨୯ ତାରିଖ ଅର୍ଥାତ୍‌ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ସୂଚନା ଦିଆଯାଇଛି। ଏହା ପୂର୍ବରୁ ଗତ ୨୨ ତାରିଖରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା।

ସେହିପରି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଜୁଲାଇ ୮କୁ ସରକାରୀ ଛୁଟି ଭାବେ ଘୋଷଣା କରାଯାଇ ଥିବାରୁ ସେହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ନେଇ ନିଷ୍ପତ୍ତି ନିଆଯାଇଥିଲା ।

Leave A Reply

Your email address will not be published.