ଆର୍ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ମିଳିଲା ବଡ଼ ଆଶ୍ୱସ୍ତି
ଆର୍ଜେଡି ସୁପ୍ରିମୋ ତଥା ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ମିଳିଲା ବଡ଼ ଆଶ୍ୱସ୍ତି। ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଲାଲୁଙ୍କ ପରିବାରକୁ ମିଳିଛି ଜାମିନ। ଲାଲୁ ପ୍ରସାଦ ଯାଦବ, ତେଜସ୍ୱୀ ଯାଦବ ଓ ତେଜ୍ ପ୍ରତାପ ଯାଦବଙ୍କ ସମେତ ୯ ଜଣଙ୍କୁ ଦିଲ୍ଲୀ ରାଉସ୍ ଆଭେନ୍ୟୁ କୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି।
ଚାକିରି ବଦଳରେ ଜମି ଦୁର୍ନୀତି ମାମଲରେ ଆଜି ସକାଳୁ ଲାଲୁଙ୍କ ପୂରା ପରିବାର କୋର୍ଟରେ ହାଜର ହୋଇଥିଲା। ବର୍ତ୍ତମାନ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୫ ତାରିଖରେ ହେବ। ସମସ୍ତଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ବ୍ୟକ୍ତିଗତ ବଣ୍ଡରେ ଜାମିନ ପ୍ରଦାନ କରାଯାଇଛି। ଏଥିସହିତ କୋର୍ଟ ସମସ୍ତ ଅଭିଯୁକ୍ତଙ୍କୁ ସେମାନଙ୍କ ପାସ୍ପୋର୍ଟ ଦାଖଲ କରିବାକୁ କହିଛନ୍ତି।