ଆଜି ଚାଲି ପାରିଲା ନାହିଁ ଗୃହ,୪ ଟାଯାଏ ଗୃହ ମୁଲତବୀ

0

ଭୁବନେଶ୍ୱର :  ଆଜି ଚାଲି ପାରିଲା ନାହିଁ ଗୃହ । ବିଧାନସଭା ଆରମ୍ଭରୁ ପ୍ରବଳ  ବିଜେପି ବିଧାୟକ ମାନେ ଗୃହର ମଧ୍ୟ ଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିଥିଲେ। ବିରୋଧୀ ଦଳ ନେତାଙ୍କୁ ଅସମ୍ମାନ ଏବଂ ଦୁଇ ବିଧାୟକଙ୍କ ନିଲମ୍ବନ ପ୍ରତ୍ୟାହାର କରିବାକୁ ଦାବି କରି ଗୃହ ମଧ୍ୟ ଭାଗରେ ବିଜେପି ସଦସ୍ୟ ହଟ୍ଟଗୋଳ କରିଥିଲେ । ପୋଡିୟମ ପାଖରେ ପ୍ଲାକାର୍ଡ ଧରି ବିଜେପି ବିଧାୟକ ହୋହଲ୍ଲା କରୁଥିବା ଦେଖିବାକୁ ମିଳିଥିଲା । ବାଚସ୍ପତି ପ୍ରମିଳା ମଲ୍ଲିକ ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । ବିଜେପି ବିଧାୟକମାନେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ‌ପୋଡ଼ିୟମ ଉପରକୁ ଡାଲି ଫିଙ୍ଗି ପ୍ରତିବାଦ କରିଥିଲେ । ଏଥିପାଇଁ ବାଚସ୍ପତି ବିଜେପି ବିଧାୟକ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ ଓ ବିଧାୟକ ମୁକେଶ ମହାଲିଙ୍ଗଙ୍କୁ ଚଳିତ ବିଧାନସଭା ଅଧିବେଶନର ଶେଷ ପର୍ଯ୍ୟନ୍ତ ନିଲମ୍ବନ କରିଛନ୍ତି ।

Leave A Reply

Your email address will not be published.