କଟକ (ଆମ ଟିଭି): ମାଟ୍ରିକ୍ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଏହି ସମ୍ବନ୍ଧରେ ବୋର୍ଡ ପକ୍ଷରୁ ସୂଚନା ମିଳିଛି । ମାଟ୍ରିକ ସହିତ ସଂସ୍କୃତ ମଧ୍ୟମା ଏବଂ ଷ୍ଟେପ ଓପନ ସ୍କୁଲ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ।
ଚଳିତ ବର୍ଷ ୫ଲକ୍ଷ ୪୧ ହଜାର ୨୪୭ ଜଣ ପିଲା ମାଟ୍ରିକ ପରୀକ୍ଷା ଦେଇଛନ୍ତି । ୩ ହଜାର ୨୧୮ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷଶ ହୋଇଥିଲା । ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କ ଉତ୍ତର ଖାତାର ମୂଲ୍ୟାୟନ ଏପ୍ରିଲ ୩ ତାରିଖରୁ ଆରମ୍ଭ ହୋଇ ୧୨ ଦିନ ପର୍ଯ୍ୟନ୍ତ ହୋଇଥିଲା ।