ଭୁବନେଶ୍ୱର(ଆମ ଟିଭି): ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଆରମ୍ଭ କରିଛି ରାଜସ୍ୱ ବିଭାଗ । ବୈଠକ ଡାକିଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ଆଜି ଦିନ ୧୧ଟାରେ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ହେବ । ଏଥିରେ ସ୍ୱତନ୍ତ୍ର ରିଲିଫ୍ କମିଶନର ସାମିଲ ହେବେ । ଏହା ସହ ବିଭିନ୍ନ ବିଭାଗର ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ ।
ପୂର୍ବରୁ ଜିଲ୍ଲାସ୍ତରରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି । ଖରା ବଢିବାକୁ ଥିବାରୁ ଲୋକଙ୍କୁ ଏନେଇ ଅଧିକରୁ ଅଧିକ ସଚେତନ କରିବାକୁ କୁହାଯାଇଛି । ଆବଶ୍ୟକୀୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯିବା ସହ ଖରାପ ନଳକୂପର ମରାମତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।