ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ୩ ପୁରୁଖାଙ୍କୁ ଦାୟିତ୍ୱ ଦେଲା ଦଳ

0

ଝାରସୁଗୁଡ଼ା(ଆମ ଟିଭି): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ବେଶ୍ ଆଗରେ ଅଛି । ପ୍ରାର୍ଥୀ ଘୋଷଣା କରିବା ସହ ରଣନୀତି ଆରମ୍ଭ କରିଛି । ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ପର୍ୟ୍ୟବେକ୍ଷକ ନିଯୁକ୍ତ କଲା ବିଜୁ ଜନତା ଦଳ । ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ୟ୍ୟ, ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକଙ୍କୁ ପର୍ୟ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି । ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁସାରେ ଏହି ୩ ବରିଷ୍ଠ ନେତାଙ୍କୁ ନିଯୁକ୍ତ କରାଯାଇଛି ।

ଏନେଇ ସୂଚନା ଦେଇଛନ୍ତି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଆସନ୍ତ ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ ହେବାକୁ ଥିବାବେଳେ ମେ’ ୧୩ରେ ଭୋଟ୍ ଗଣତି ହେବ । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି ବିଜୁ ଜନତା ଦଳ ।

Leave A Reply

Your email address will not be published.