ଜାନୁଆରୀରେ ମାଲକାନଗିରିକୁ ଉଡ଼ିବ ବିମାନ

0

ଭୁବନେଶ୍ବର: ସାକାର ହେବ ମାଲକାନଗିରି ବାସୀଙ୍କ ସ୍ଵପ୍ନ। ଉପାନ୍ତ ଜିଲ୍ଲା ମାଲକାନଗିରିରୁ ଉଡ଼ିବ ବିମାନ। ଆସନ୍ତା ଜାନୁଆରୀ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଲୋକାର୍ପଣ କରିବେ । ଯାତ୍ରୀବାହୀ ବିମାନ ସେବା ଆରମ୍ଭ ପାଇଁ ମାଲକାନଗିରି ବିମାନବନ୍ଦରରେ ସମସ୍ତ କାର୍ଯ୍ୟ ପ୍ରାୟ ଶେଷ ହୋଇଛି । ରନଓ୍ବେ, ପାଚେରୀ, ଏଟିସି ଟାଓ୍ବାର, ଯାତ୍ରୀ ପ୍ରତୀକ୍ଷାଳୟ ନିର୍ମାଣ ସରିଛି ।

ପ୍ରଥମ ପର୍ଯ୍ୟାୟରେ ଏଠାରୁ ୯ ଆସନ ବିଶିଷ୍ଟ ବିମାନ ସେବା ଆରମ୍ଭ ହେବା ସମ୍ଭାବନା ଅଛି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପକ୍ଷରୁ ମାଲକାନଗିରି ବିମାନବନ୍ଦର କାର୍ଯ୍ୟକ୍ଷମ କରିବା ଲାଗି ସମସ୍ତ ବୈଷୟିକ ସହାୟତା ପ୍ରଦାନ କରାଯାଉଛି । ବାଣିଜ୍ୟ ଓ ପରିବହନ ବିଭାଗ ଏବଂ ବିମାନବନ୍ଦର କର୍ତ୍ତୃପକ୍ଷଙ୍କର ଏକ ଉଚ୍ଚପଦସ୍ତ ଟିମ୍‌ ମାଲକାନଗିରି ବିମାନବନ୍ଦର ଗସ୍ତ କରି ପ୍ରସ୍ତୁତି ଅନୁଧ୍ୟାନ କରିବା କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.