ପଠାଣି ସାମନ୍ତଙ୍କ ଜନ୍ମସ୍ଥାନରେ ହେବ ପ୍ଲାନେଟାରିୟମ

0

ବିଶିଷ୍ଟ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କ ଜନ୍ମସ୍ଥାନକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରୟ ବଡ଼ ଘୋଷଣା କରିଛନ୍ତି । ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ାଠାରେ ରାଜ୍ୟ ସରକାର ଏକ ପ୍ଲାନେଟାରିୟମ୍ ସ୍ଥାପନ କରିବେ । ସେହିପରି ୬ କୋଟି ଟଙ୍କାରେ ସାଇନ୍ସ ପାର୍କ ନିର୍ମିତ ହେବାକୁ ଯାଉଛି।

ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ନୟାଗଡ଼ ଜିଲ୍ଲାରେ ଏକ ପ୍ଲାନେଟାରିୟମ୍ ପ୍ରତିଷ୍ଠା ହେବା ଫଳରେ ଜିଲ୍ଲାବାସୀ ଜ୍ୟୋତିବିଜ୍ଞାନ ସମ୍ବନ୍ଧୀୟ ବିଭିନ୍ନ ତଥ୍ୟ ଜାଣିପାରିବେ । ଏଥିସହିତ ଛାତ୍ରଛାତ୍ରୀଙ୍କ ମହାକାଶ ବିଜ୍ଞାନ ଜ୍ଞାନ ବୃଦ୍ଧିରେ ପ୍ଲାନେଟାରିୟମ୍ ଯଥେଷ୍ଟ ମାତ୍ରାରେ ସହାୟକ ହେବ ।

ରାଜ୍ୟରେ ଆଷ୍ଟ୍ରୋ ଫିଜିକ୍ସ ଓ ଆଷ୍ଟ୍ରୋନୋମି ସେଣ୍ଟର ହେବ। ଏହା ସହିତ ମ୍ୟାଥମେଟିକ୍ସ ବିଶ୍ଵବିଦ୍ୟାଳୟ ନିର୍ମାଣ ହେବ ବିଶିଷ୍ଟ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କ ଜନ୍ମସ୍ଥାନକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରୟ ବଡ଼ ଘୋଷଣା କରିଛନ୍ତି । ପଠାଣି ସାମନ୍ତଙ୍କ ଜନ୍ମସ୍ଥାନ ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ାଠାରେ ରାଜ୍ୟ ସରକାର ଏକ ପ୍ଲାନେଟାରିୟମ୍ ସ୍ଥାପନ କରିବେ । ସେହିପରି ୬ କୋଟି ଟଙ୍କାରେ ସାଇନ୍ସ ପାର୍କ ନିର୍ମିତ ହେବାକୁ ଯାଉଛି।

Leave A Reply

Your email address will not be published.