ରଥଯାତ୍ରାରେ ପୁରୀ ଆସିବେ ରାଷ୍ଟ୍ରପତି, ଜୁଲାଇ ୬ରୁ ୯ ଯାଏ ଓଡ଼ିଶାରେ ରହିବେ

0

ଭୁବନେଶ୍ୱର,୨୬।୬: ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାଷ୍ଟ୍ରପତି ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ।

ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ରତ୍ନବେଦିରୁ ବାହାରି ରଥାରୂଢ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ। ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବାକୁ ଶ୍ରୀକ୍ଷେତ୍ରରେ ଦେଶବିଦେଶର ଭକ୍ତଙ୍କ

ସମାଗମ ହେବ।

 

 

Leave A Reply

Your email address will not be published.