ଜୁଲାଇ ୧୮ରେ ହେବ ରାଷ୍ଟ୍ରପତି ନିର୍ବାଚନ

0

ନୂଆଦିଲ୍ଲୀ(ଆମ ଟିଭି): ଆସନ୍ତା ଜୁଲାଇ ୧୮ ତାରିଖରେ ଅନୁଷ୍ଠିତ ହେବ ରାଷ୍ଟ୍ରପତି ନିର୍ବାଚନ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନ। ଆସନ୍ତା ଜୁଲାଇ ୨୪ରେ ସରୁଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ। ଜୁଲାଇ ୨୫ରେ ନବନିର୍ବାଚିତ ରାଷ୍ଟ୍ରପତି ଶପଥ ନେବେ।

ଜୁନ ୧୫ରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଜୁନ ୨୯ ପର‌୍ୟ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥି। ଜୁନ ୩୦ରେ ନାମାଙ୍କନ ଯାଞ୍ଚ ହେବ। ଜୁଲାଇ ୨ ପର‌୍ୟ୍ୟନ୍ତ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରାଯାଇପାରିବ।ଜୁଲାଇ ୨୧ରେ ଭୋଟ ଗଣତି ହେବ। ଜୁଲାଇ ୨୪ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ ହେବ ଓ ଜୁଲାଇ ୨୫ରେ ନୂଆ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ ବୋଲି ମୁଖ୍ୟ ନର୍ବାଚନ କମିଶନ କହିଛନ୍ତି।

Leave A Reply

Your email address will not be published.