ନୂଆଦିଲ୍ଲୀ (ଆମ ଟିଭି ): ରୋଷେଇ ଶାଳର ଅତ୍ୟାବଶ୍ୟକ ସାମଗ୍ରୀ ରସୁଣର ଦର ଆକାଶ ଛୁଆଁ ହୋଇଛି । ଅମଳ ସମୟରେ ବଜାରରେ ରସୁଣ କିଲୋକୁ ପାଖାପାଖି ୫ ଶହ ଟଙ୍କାରେ ବିକ୍ରି ହେଉଛି । ହେଲେ ଦୁଃଖର କଥା ହେଉଛି ରସୁଣ ଚାଷ କରିଥିବା ଚାଷୀ ନୁହେଁ ଚଢା ଦରରେ ରସୁଣ ବିକ୍ରି କରି ବ୍ୟବସାୟୀ ମାଲାମାଲ ହେଉଛନ୍ତି । କୋରାପୁଟରୁ ଆସିଛି ରସୁଣର ଆକାଶ ଛୁଆଁ ଦରବୃଦ୍ଧିର ଖବର ।
ବଜାରରେ ଏବେ ରସୁଣ ଦର ଅକାଶ ଛୁଆଁ ହୋଇଛି । ଆଶ୍ଚର୍ଯ୍ୟକର କଥା ହେଉଛି ଅମଳ ସମୟରେ ଉଚ୍ଚା ଦରରେ ବିକ୍ରି ହେଉଛି ରସୁଣ । ରୋଷେଇ ଘରେ ଅଦା ଅଛି, ଅନ୍ୟ ପରିବା ବି ରହିଛି । ହେଲେ ରସୁଣ ଗାଏବ ହୋଇଯାଇଛି । ରସୁଣ ଅମଳ ସମୟରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ବଜାରରେ ।