ଦମନ ଫିଲ୍ମକୁ ଟ୍ୟାକ୍ସ ଫ୍ରି କଲେ ରାଜ୍ୟ ସରକାର

0

ଭୁବନେଶ୍ୱର (ଆମ ଟିଭି): ଦମନକୁ ମିଳୁଛି ଅଗଣିତ ଲୋକଙ୍କ ଭଲପାଇବା । ଏହାରି ଭିତରେ ଦମନ ଫିଲ୍ମକୁ ନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି । ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ୟ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି । ସରକାର, ଦର୍ଶକ ଓ ଗଣମାଧ୍ୟମକୁ ଧନ୍ୟବାଦ ଜଣାଇଲେ ପ୍ରଯୋଜକ । ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ ରହିଛି ।

ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି । କୋଭିଡ ମହାମାରୀ ସମୟରେ ଯେଭଳି ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଲେ ସେଭଳି କାମ କଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜ ର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି । ଦମନକୁ ନେଇ ଏବେ ସବୁଠି ଖୁବ୍ ଚର୍ଚ୍ଚା ହେଉଛି ।

Leave A Reply

Your email address will not be published.