ଆହୁରି ୩ ଦିନ ଭିଜିବ ରାଜ୍ୟ
ତାତିରୁ ସାମାନ୍ୟ ଆଶ୍ୱସ୍ତି ଦେଇଛି କାଳବୈଶାଖୀ ବର୍ଷା। କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଆଜିଠୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପେଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ଭଦ୍ରକ,ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ଏବଂ ୧୭ ତାରିଖରେ ସାରା ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତାକାଲି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଏ ନେଇ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।