ଆସିଲା ପ୍ରଥମ କିସ୍ତିର ତୃତୀୟ ଦଫା ‘ସୁଭଦ୍ରା’ ଟଙ୍କା

0

ଆସିଲା ପ୍ରଥମ କିସ୍ତିର ତୃତୀୟ ଦଫା ‘ସୁଭଦ୍ରା’ ଟଙ୍କା। ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯାଇଛି ‘ସୁଭଦ୍ରା’ ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିସହ ପ୍ରଥମ କିସ୍ତିରୁ ବାଦ୍ ପଡ଼ିଥିବା ୨୫ ପ୍ରତିଶତ ମହିଳାଙ୍କୁ ବି ମିଳିଛି ଟଙ୍କା। ତେବେ ଯେଉଁ ଆବେଦନକାରୀ ଜମି ଯୋଗ୍ୟତା ପାଇଁ ବାଦ୍ ପଡ଼ିଛନ୍ତି, ସେମାନଙ୍କର ମଧ୍ୟ ତଥ୍ୟ ଯାଞ୍ଚ ପାଇଁ ବ୍ଲକସ୍ତରକୁ ରିପୋର୍ଟ ଯାଇଛି। ସେଠି ସମାଧାନ ହୋଇଗଲେ, ସେମାନଙ୍କୁ ଡିସେମ୍ବରରେ ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଗସ୍ତରେ ଆସି ସ୍ଥାନୀୟ ମହାବିଦ୍ୟାଳୟ ନିକଟସ୍ଥ ଯାତରା ପଡ଼ିଆ‌‌ରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇଥିଲେ। ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ୧୦ ଜଣ ମହିଳାଙ୍କୁ ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତିର ଡମି ଚେକ୍‌ ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ଆଦିବାସୀ ବ୍ଯାପାର ମନ୍ତ୍ରୀ ଜୁଏଲ ଓରାମ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବିନାରାୟଣ ନାଏକ, ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୋଭା ଶର୍ମା ଏବଂ ଜିଲ୍ଲାପାଳ ମନୋଜ ମହାଜନ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.