ଆସନ୍ତା ରଥଯାତ୍ରା ସମୟରେ ଖୋଲିବ ରତ୍ନଭଣ୍ଡାର

0

ପୁରୀ (ଆମ ଟିଭି): ୨୦୨୪ ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲିବ।ଏଭଳି କିଛି ପ୍ରତିକ୍ରିୟା ଦେଇଛନ୍ତି ଗଜପତି ମହାରାଜ ଦିବ୍ୟ ସିଂହ ଦେବ।ରତ୍ନଭଣ୍ଡାରର ବାହାର ଓ ଭିତର ରତ୍ନଭଣ୍ଡାର ଖୋଲାଯାଇ ସେଠାରେ ଥିବା ବହୁମୂଲ୍ୟ ଅଳଙ୍କାରର ଗଣତି କରାଯିବ। ଏନେଇ ଗତ ଅଗଷ୍ଟ ୪ ତାରିଖରେ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ସର୍ବସମ୍ମତିରେ ନିଷ୍ପତି ହୋଇ ରାଜ୍ୟ ସରକାରଙ୍କୁ ଏହି ପ୍ରସ୍ତାବ ଦିଆଯାଇଛି।

ବୁଧବାର ବିଜେପି ନେତା ସମୀର ମହାନ୍ତିଙ୍କ ନେତୃତ୍ୱରେ ପ୍ରତିନିଧି ଦଳ ଗଜପତି ମହାରାଜଙ୍କୁ ଭେଟିବା ପରେ ଏଭଳି କିଛି ପ୍ରତିକ୍ରିୟା ଦେଇଛନ୍ତି ଗଜପତି ମହାରାଜ ଦିବ୍ୟ ସିଂହ ଦେବ।ସେ କହିଛନ୍ତି, ବର୍ତମାନ ସମୟରେ ବା ଆଗାମୀ ଦିନରେ ରତ୍ନଭଣ୍ଡାର ଖୋଲିବା ଉଚିତ୍ ହେବ ନାହିଁ।ରଥଯାତ୍ରା ସମୟ ରତ୍ନଭଣ୍ଡାର ଖୋଲାଯିବାର ଉଚିତ୍ ସମୟ।ଏହି ସମୟରେ ଉଭୟ ବାହାର ଓ ଭିତର ରତ୍ନଭଣ୍ଡାର ଖୋଲାଯାଇ ଗଚ୍ଛିତ ଅଳଙ୍କାରର ଗଣତି କରାଯିବା ନେଇ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି ।

 

Leave A Reply

Your email address will not be published.