କରୋନା ସଂକ୍ରମଣକୁ ନେଇ ସତର୍କ କରାଇଲା ବିଶ୍ଵ ସ୍ଵାସ୍ଥ୍ୟ ସଙ୍ଗଠନ

0

ନୂଆଦିଲ୍ଲୀ (ଆମ ଟିଭି): ସାରା ଦେଶରେ ବଢୁଛି କରୋନା ସଂକ୍ରମଣ। କେରଳରେ ବଢ଼ୁଥିବା କରୋନା ସଂକ୍ରମଣ ଭାରତରେ ଚିନ୍ତା ବଢ଼ାଇଲାଣି । ହେଲେ ଏବେ କେବଳ ଭାରତର କରୋନା କେସ୍ ବଢ଼ୁ ନାହିଁ, ସାରା ବିଶ୍ୱରେ ମାମଲା ଦ୍ରୁତ ଗତିରେ ବଢ଼ିଚାଲିଛି ।

ବିଶ୍ୱରେ ଗୋଟିଏ ମାସରେ କୋଭିଡ କେସ୍ ୫୨ ପ୍ରତିଶତ ବଢ଼ିଛି । ଏହି ସମୟ ଭିତରେ ବିଶ୍ୱରେ ସାଢ଼େ ୮ ଲକ୍ଷ ନୂଆ ମାମଲା ଚିହ୍ନଟ ହୋଇଛି । ହେଲେ କରୋନା ଜନିତ ମୃତ୍ୟୁ ସଂଖ୍ୟା କମିଛି । ଗତ ମାସ ତୁଳନାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ପ୍ରତିଶତ କମିଛି ।

ସାରା ବିଶ୍ୱର ଗତ ମାସରେ କୋଭିଡରେ ୩ ହଜାର ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ବିଶେଷକରି କୋଭିଡର ନୂଆ ଭାରିଏଂଟ ଜେଏନ ଡଟ୍ ୱାନ ଏବେ ଚିନ୍ତା ବଢ଼ାଇଛି । ଏବେ ଏହି ପ୍ରଜାତିକୁ ନୀରିକ୍ଷଣରେ ରହିଛି ବିଶ୍ୱସ୍ୱାସ୍ଥ୍ୟ ସଂଗଠନ । କୋଭିଡକୁ ନଇ ଭୟଭୀତ ନହୋଇ ବରଂ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.