ଭୁବନେଶ୍ୱର (ଆମ ଟିଭି): ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଏହାରି ଭିତରେ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବର୍ତ୍ତମାନ ରାଜ୍ୟକୁ ନାହିଁ ପ୍ରବଳ ବର୍ଷା ଭୟ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ, ଆଜି ପୂର୍ବାହ୍ନ ଯାଏଁ ୧୦ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ. ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଢ଼େଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟରେ ବାଲେଶ୍ୱର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର, ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।