ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲା ନୀତି, ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

0

ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି। ଏହି ନୀତି ପାଇଁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ।

ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ବନକଲାଗି ନୀତି ଆରମ୍ଭ ହେବ।ସନ୍ଧ୍ୟା ୬ରୁ ରାତି ୯ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ଶ୍ରୀଜୀଉଙ୍କ ଶ୍ରୀମୁଖ ସିଂହାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।

Leave A Reply

Your email address will not be published.