ଆଜି ବିଧାୟିକା ଭାବେ ଶପଥ ନେବେ ଦୀପାଳି ଦାସ

0

ଭୁବନେଶ୍ୱର(ଆମ ଟିଭି): ଝାରସୁଗୁଡ଼ା ଉପନିର୍ବାଚନରେ ବିପୁଳ ଭୋଟ୍ ବ୍ୟବଧାନରେ ଜିତିବା ପରେ ଆଜି ନବ ନିର୍ବାଚିତ ବିଧାୟିକା ଭାବେ ଦାୟିତ୍ୱ ନେବେ ଦୀପାଳି ଦାସ । ଦୀପାଳିଙ୍କୁ ଶପଥପାଠ କରାଇବେ ଉପବାଚସ୍ପତି ରଜନୀକାନ୍ତ ସିଂ । ଗତକାଲି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ ଦୀପାଳି ।

ଝାରସୁଗୁଡା ଲୋକଙ୍କ ପାଇଁ ସମର୍ପିତ ହୋଇ କାମ କରିବାକୁ ଦୀପାଳିଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଝାରସୁଗୁଡ଼ା ବିକାଶକୁ ଆଗେଇ ନେବା ସହ ଲୋକମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ସମର୍ପିତ ଭାବେ କାର୍ୟ୍ୟ କରିବାକୁ ନବୀନ ପରାମର୍ଶ ଦେଇଛନ୍ତି । ଦୀପାଳି କହିଛନ୍ତି ଏ ବିଜୟ ଝାରସୁଗୁଡାବାସୀଙ୍କର ଓ ମୁଖ୍ୟମନ୍ତ୍ରୀଙ୍କର । ଉପନିର୍ବାଚନ ପାଇଁ ସମସ୍ତେ ବହୁତ ପରିଶ୍ରମ କରିଛନ୍ତି । ବାପାଙ୍କ ସ୍ବପ୍ନ ଥିଲା ଝାରସୁଗୁଡାର ନୂତନ ନିର୍ମାଣ । ବାପାଙ୍କ ଦ୍ବାରା କରାଯାଇଥିବା ବିକାଶ କାର୍ୟ୍ୟ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।

Leave A Reply

Your email address will not be published.