ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

0

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ରତ୍ନ ସିଂହାସନ ଉପରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ।

ବନକ ଲାଗିରେ ମୁଖ୍ୟତଃ ଚାରି ପ୍ରକାର ପ୍ରାକୃତିକ ରଙ୍ଗ ବ୍ୟବହାର ହୋଇଥାଏ। ଯାହା ହେଲା କଳା, ଧଳା, ନାଲି ଓ ହଳଦିଆ। ଆଉ ସେଥିପାଇଁ ଦରକାର ପଡୁଥିବା ସାମଗ୍ରୀ ଗୁଡ଼ିକ ହେଲା କଜ୍ଜ୍ୱଳ, ହିଙ୍ଗୁଳ, ହରିତାଳ, କସ୍ତୁରୀ, ଚନ୍ଦନ, କର୍ପୂର, କେଶର ଓ ଘୋରା ଶଙ୍ଖ। ଏଥିରୁ ଅଧିକାଂଶ ବନଜାତ ଦ୍ରବ୍ୟ।

ହିଙ୍ଗୁଳକୁ ହଳଦିଆ ରଙ୍ଗ ଭାବେ ବ୍ୟବହାର ହେଉଥିବା ବେଳେ ହରିତାଳ ଲାଲ ରଙ୍ଗ ପାଇଁ ଦରକାର। ବଳଭଦ୍ରଙ୍କ ଶ୍ରୀମୁଖ ଶିଙ୍ଗାର ପାଇଁ ଅତି ଦରକାରୀ ଧଳା ରଙ୍ଗ ମୁଖ୍ୟତଃ ଘୋରା ହୋଇଥିବା ଦକ୍ଷିଣାବର୍ତ୍ତୀ ଶଙ୍ଖରୁ ସଂଗୃହୀତ ହୋଇଥାଏ। ସେହିପରି କଳାଠାକୁର ଜଗନ୍ନାଥଙ୍କ ଶ୍ରୀମୁଖ ଶିଙ୍ଗାର ପାଇଁ ପ୍ରଜ୍ୱଳିତ ଦୀପରୁ ସଂଗୃହୀତ କଳା ବ୍ୟବହାର ହୋଇଥାଏ। ପ୍ରତ୍ୟେକ ସାମଗ୍ରୀ ରୁପା ଷଡ଼େଇରେ ରଖି ଗୋଳାଯିବା ପରେ ଶ୍ରୀବିଗ୍ରହମାନଙ୍କ ବନକଲାଗି କରାଯାଏ। ଯେହେତୁ ବର୍ତ୍ତମାନ ସମୟରେ କସ୍ତୁରୀ ଅତି ଦୁର୍ଲଭ ହୋଇଛି ଓ ନେପାଳରୁ ଆଉ ଏହା ଆସୁନାହିଁ। ତେଣୁ ତାକୁ ବାଦ ଦେଇ ଶ୍ରୀମନ୍ଦିର ପ୍ରଶାସନ ଯୋଗାଇ ଦେଉଥିବା ବାକି ସାମଗ୍ରୀରେ ବନକଲାଗି କରାଯାଇଥିବା ବୋଲି ସୂଚନା ରହିଛି।

Leave A Reply

Your email address will not be published.