ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୪ଘଣ୍ଟା ଦର୍ଶନ ବନ୍ଦ

0

ପୁରୀ(ଆମ ଟିଭି): ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଯାଉଥିବା ଭକ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଆଜି ୪ଘଣ୍ଟା ଦର୍ଶନ ବନ୍ଦ । କାରଣ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ରୁ ରାତ୍ର ଘ.୯.୦୦ଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.