ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

0

ନୂଆଦିଲ୍ଳୀ (ଆମ ଟିଭି): ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହି ନୀତି ପାଇଁ ୪ ଘଣ୍ଟା ପର୍ୟ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି (ବୁଧବାର) ଫାଲଗୁନ-ଶୁକ୍ଳ ତୃତୀୟା ତିଥି, ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ରୁ ରାତ୍ର ଘ.୧୦.୦୦ ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Leave A Reply

Your email address will not be published.