ଆଜି ଶ୍ରୀମନ୍ଦିରରେ ପଇତା ଲାଗି ନୀତି, ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

0

ପୁରୀ(ଆମ ଟିଭି): ଆଜି ମାର୍ଗଶିର ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ। ଦଇତାପତି ସେବାୟତଙ୍କ ଏହା ଗୋଷ୍ଠୀଗତ ସେବା ହୋଇଥିବା ବେଳେ ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ ।

ଦଇତାପତି ସେବାୟତ ମାନେ ତିନି ଭାଗରେ ବିଭକ୍ତ ହୋଇ ରତ୍ନସିଂହାସନ ଉପରେ ଚଢି ମହାପ୍ରଭୁଙ୍କ ଏହି ଗୁପ୍ତ ସେବା କରିଥାନ୍ତି । ଦ୍ଵିତୀୟ ଭୋଗମଣ୍ଡପ ସରିବାପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତାଲାଗି କରିବେ । ଏହି ନୀତି ସମ୍ପୂର୍ଣ୍ଣ ହେବାପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବା ପରେ ଶ୍ରଦ୍ଧାଳୁମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିପାରିବେ । ବର୍ଷକୁ ପ୍ରାୟ ଦୁଇଥର ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ ।

Leave A Reply

Your email address will not be published.