ତୃପ୍ତି-ପ୍ରକୃତି-ବାବୁଶାନ୍‌ ହାଇଡ୍ରାମା ଘଟଣା: ଉଭୟ ପକ୍ଷର ଥାନାରେ ରୁଜୁ ହେଲା ମାମଲା

0

ଭୁବନେଶ୍ୱର(ଆମ ଟିଭି): ବହୁ ଚର୍ଚ୍ଚିତ ଓଲିଉଡ୍‌ ଷ୍ଟାର୍‌ ବାବୁଶାନ୍‌ ତାଙ୍କ ପତ୍ନୀ ତୃପ୍ତି ଏବଂ ପ୍ରକୃତି ମିଶ୍ର ଘଟଣାରେ ଥାନାରେ ଉଭୟ ପକ୍ଷରୁ ମାମଲା ରୁଜୁ ହୋଇଛି । ମଧ୍ୟାହ୍ନ ସମୟରେ ଖାରବେଳ ଥାନାରେ ପ୍ରକୃତି ମିଶ୍ରଙ୍କ ବାପା ମନ୍ମଥ ମିଶ୍ର ବାବୁଶାନଙ୍କ ପତ୍ନୀ ତୃପ୍ତିଙ୍କ ବିରୋଧରେ ଏଫ୍‌ଆଇଆର୍‌ ଦାଏର କରିଥିବା ବେଳେ ସନ୍ଧ୍ୟା ସମୟରେ ଥାନାରେ ବୋହୂଙ୍କ ସହ ପହଞ୍ଚିଥିଲେ ଅପରାଜିତା ମହାନ୍ତି । ସେ ମଧ୍ୟ ଥାନାରେ ମାମଲା ଦାଏର କରିଛନ୍ତି । ପ୍ରଥମେ ବୋହୂଙ୍କ ଘରେ ପହଞ୍ଚି ସେଠୁ ତାଙ୍କୁ ଧରି ଥାନାକୁ ଯାଇଥିଲେ ଅପରାଜିତା ।

ସୂଚନା ଅନୁଯାୟୀ, ଆଜି ସକାଳେ ପ୍ରକୃତିଙ୍କ ସହ ବାବୁଶାନ ଗାଡ଼ିରେ ଯିବା ବେଳେ ମାଡ଼ ମାରିଥିଲେ ପତ୍ନୀ। ପ୍ରକୃତି ତାଙ୍କ ପରିବାରକୁ ନଷ୍ଟ କରୁଥିବା କହି ପ୍ରକୃତିଙ୍କ ଚୁଟି ଟଣା ଓଟରା କରି ମାରିଥିଲେ। ବାବୁଶାନଙ୍କ ସହ ସଂପର୍କ ଖରାପ ପାଇଁ ପ୍ରକୃତି ଦାୟୀ ବୋଲି କହିଥିଲେ। ରାସ୍ତା ମଝିରେ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ ଗୋଡ଼େଇ ଗୋଡ଼େଇ ପିଟିଥିଲେ ପତ୍ନୀ। ବାବୁଶାନ୍ ପ୍ରତିବାଦ କରିଥିବାରୁ, କାର୍ ରୁ ଟାଣି ଆଣି ବାବୁସାନଙ୍କୁ ମାଡ଼ ମାରିଥିଲେ ପତ୍ନୀ।

 

Leave A Reply

Your email address will not be published.