ଟୁଟୁଙ୍କୁ ମିଳିଲା ଜାମିନ

0

ଭୁବନେଶ୍ୱର: ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ଅଭିଯୋଗରେ ଗିରଫ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଆଜି ଜାମିନ ମିଳିଛି | ଗତ ଶନିବାର ଜାମିନ ଆବେଦନ ଶୁଣାଣିକୁ କୋର୍ଟ ସଂରକ୍ଷିତ ରଖିଥିଲେ | ଆଉ ଆଜି ଏସଡିଜେଏମ କୋର୍ଟ ଟୁଟୁଙ୍କୁ ଜାମିନ ଦେଇଛନ୍ତି |

୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଜାମିନ ଦିଆଯାଇଛି | ଉଲ୍ଲେଖ ଥାଉ କି ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଖାରବେଳନଗର ଥାନା ପୁଲିସ ଗିରଫ କରି ଗତ ଶନିବାର କୋର୍ଟ ଚାଲାଣ କରିଥିଲା। ଏହାପରେ କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ |

Leave A Reply

Your email address will not be published.